Jump to content

ଚନ୍ଦ୍ର ସାରଥୀ ବେହେରା

ଉଇକିପିଡ଼ିଆ‌ରୁ
(ଚନ୍ଦ୍ର ସାରଥି ବେହେରାରୁ ଲେଉଟି ଆସିଛି)
ଚନ୍ଦ୍ର ସାରଥୀ ବେହେରା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୨୪
ପୂର୍ବ ଅଧିକାରୀକାଳୀନ୍ଦି ବେହେରା
ପର ଅଧିକାରୀପ୍ରକାଶ ଚନ୍ଦ୍ର ସେଠୀ
ନିର୍ବାଚନ ମଣ୍ଡଳୀକଟକ ସଦର
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀକାଳନ୍ଦୀ ଚରଣ ବେହେରା
ପର ଅଧିକାରୀପ୍ରକାଶ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-07-19) ୧୯ ଜୁଲାଇ ୧୯୭୫ (ବୟସ ୪୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉକାଳନ୍ଦୀ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଚନ୍ଦ୍ର ସାରଥୀ ବେହେରା (ଜନ୍ମ: ୧୯ ଜୁଲାଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ଚନ୍ଦ୍ର ସାରଥୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ଓ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଚନ୍ଦ୍ର ସାରଥୀ ବେହେରା ୧୯୭୫ ମସିହାର ଜୁଲାଇ ମାସ ୧୯ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା କାଳନ୍ଦୀ ବେହେରା ।[୧] ଚନ୍ଦ୍ର ସାରଥୀଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଚନ୍ଦ୍ର ସାରଥୀ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରିଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ଜଣେ ମନ୍ତ୍ରୀ ଭାବରେ ୨୦୧୭ରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଛନ୍ତି ।[୧]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୫,୭୩୩ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରକାଶ ଚନ୍ଦ୍ର ସେଠୀଙ୍କ ଠାରୁ ୩,୮୦୯ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ସାଲେପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ
୨୦୧୯ ୨୦୨୪ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା କଟକ ସଦର ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Chandra Sarathi Behera". odishaassembly.nic.in. Odisha Assembly. Retrieved 18 January 2020.
  2. "General Election to Assembly Constituencies 2024: Cuttack Sadar (Odisha)". Election Commission of India. Retrieved 27 June 2024.