Jump to content

ପ୍ରଦୀପ କୁମାର ଅମାତ

ଉଇକିପିଡ଼ିଆ‌ରୁ
ପ୍ରଦୀପ କୁମାର ଅମାତ
ବିଧାୟକ: ୧୨ଶ, ୧୩ଶ, ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୨୪
ପୂର୍ବ ଅଧିକାରୀସଚ୍ଚିଦାନନ୍ଦ ଦଲାଲ
ପର ଅଧିକାରୀସରୋଜ କୁମାର ପ୍ରଧାନ
ନିର୍ବାଚନ ମଣ୍ଡଳୀବୌଦ୍ଧ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1952-10-18) ୧୮ ଅକ୍ଟୋବର ୧୯୫୨ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସୀମା ରାଣୀ ଅମାତ
ବାପା/ବୋଉଗୌରୀ ଶଙ୍କର ଅମାତ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଦୀପ କୁମାର ଅମାତ (ଜନ୍ମ: ୧୮ ଅକ୍ଟୋବର ୧୯୫୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ, ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଦୀପ କୁମାର ଅମାତ ୧୯୫୨ ମସିହାର ଅକ୍ଟୋବର ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୌରୀ ଶଙ୍କର ଅମାତ ଓ ପତ୍ନୀଙ୍କ ନାମ ସୀମା ରାଣୀ ଅମାତ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଦୀପ କୁମାର ଅମାତ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୮ ମସିହାରୁ ୨୦୧୭ ମସିହାଯାଏଁ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି ଏବଂ ୨୦୧୭ ମସିହାରୁ ୨୦୧୯ ମସିହାଯାଏଁ ସେ ବିଧାନ ସଭାର ବାଚସ୍ପତି ଭାବରେ କାର୍ଯ୍ୟ କରିଛନ୍ତି ।[୧]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ବୌଦ୍ଧ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୯,୭୨୯ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ସରୋଜ କୁମାର ପ୍ରଧାନଙ୍କ ଠାରୁ ୨,୭୬୫ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ବୌଦ୍ଧ ସ୍ୱାଧୀନ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ବୌଦ୍ଧ ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ବୌଦ୍ଧ ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ବୌଦ୍ଧ ବିଜୁ ଜନତା ଦଳ
୨୦୧୯ ୨୦୨୪ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ବୌଦ୍ଧ ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Pradip Kumar Amat". odishaassembly.nic.in. Odisha Assembly. Retrieved 6 May 2021.
  2. "General Election to Assembly Constituencies 2024: Boudh (Odisha)". Election Commission of India. Retrieved 27 June 2024.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Pradip Kumar Amat-ସମ୍ପର୍କିତ ମିଡ଼ିଆ