Jump to content

ମୋହନ ଚରଣ ମାଝୀ

ଉଇକିପିଡ଼ିଆ‌ରୁ
ମୋହନ ଚରଣ ମାଝୀ
ଓଡ଼ିଶାର ୧୫ଶ ମୁଖ୍ୟମନ୍ତ୍ରୀ
କାର୍ଯ୍ୟକାଳ
୧୨ ଜୁନ ୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀନବୀନ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୧୬ଶ, ୧୭ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଅଭିରାମ ନାଏକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୯
ପୂର୍ବ ଅଧିକାରୀଯୋଗେନ୍ଦ୍ର ନାଏକ
ପର ଅଧିକାରୀସୁବର୍ଣ୍ଣ ନାଏକ
ନିର୍ବାଚନ ମଣ୍ଡଳୀକେନ୍ଦୁଝର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-01-06) ୬ ଜାନୁଆରୀ ୧୯୭୨ (ବୟସ ୫୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀପ୍ରିୟଙ୍କା ମାର୍ଣ୍ଡି
ସନ୍ତାନ୨ ପୁଅ
ବାପା/ବୋଉଗୁଣରାମ ମାଝୀ (ବାପା)
ବୃତ୍ତିରାଜନୀତିଜ୍ଞ

ମୋହନ ଚରଣ ମାଝୀ ([mohɔnɔ t͡ʃɔɾɔɳɔ mad͡ʒʱi] (listen)) (ଜନ୍ମ: ୬ ଜାନୁଆରୀ ୧୯୭୨) ଜଣେ ଭାରତୀୟ ରାଜନେତା ଏବଂ ଓଡ଼ିଶାର ୧୫ଶ ତଥା ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଅଟନ୍ତି । ସେ ଭାରତୀୟ ଜନତା ପାର୍ଟିରୁ ଜଣେ ବିଧାୟକ ଭାବରେ ୨୦୦୦, ୨୦୦୯ ଓ ୨୦୧୯ ଓ ୨୦୨୪ ମସିହାରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ୧୬ଶ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ମୋହନ ଚରଣ ମାଝୀ ୧୯୭୨ ମସିହାର ଜାନୁଆରୀ ମାସ ୬ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁନାରାମ ମାଝୀ । ମୋହନଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ । ତାଙ୍କ ପତ୍ନୀଙ୍କ ନାମ ପ୍ରିୟଙ୍କା ମାର୍ଣ୍ଡି ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ମୋହନ ମାଝୀ ଓଡ଼ିଶା ବିଧାନ ସଭାରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ବର୍ତ୍ତମାନ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।

୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୫୧,୪୪୯ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଜଗଦିଶ ନାଏକଙ୍କୁ ୨୨,୧୬୩ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୨] ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡ ଭାଙ୍ଗିବାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୬,୧୪୬ ଖଣ୍ଡ ଭୋଟ ପାଇ ବିଜୟୀ ହୋଇ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୩] ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ମାଧବ ସରଦାରଙ୍କୁ ୧୧,୦୦୨ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୩] ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୨୯,୨୦୨ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୪] ବିଜୁ ଜନତା ଦଳର ପ୍ରାର୍ଥୀ ଶୁଭମ ନାଏକ ତାଙ୍କୁ ୭,୨୬୯ ଖଣ୍ଡ ଭୋଟରେ ପରାସ୍ତ କରି ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୪]

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୪୭,୨୮୩ ଖଣ୍ଡ ଭୋଟ ପାଇ ୨ୟ ସ୍ଥାନରେ ରହି ପରାଜିତ ହୋଇଥିଲେ ।[୫] ବିଜୁ ଜନତା ଦଳର ପ୍ରାର୍ଥୀ ଅଭିରାମ ନାଏକ ତାଙ୍କୁ ୮,୬୭୬ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୫]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମୋହନ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେପିର ପ୍ରାର୍ଥୀ ଭାବରେ କେନ୍ଦୁଝର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୮୭,୮୧୫ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିଜୁ ଜନତା ଦଳର ପାର୍ଥୀ ମୀନା ମାଝୀଙ୍କୁ ୧୧,୫୭୭ ଖଣ୍ଡ ଭୋଟ୍‌ରେ ପରାସ୍ତ କରି ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୬]

ବିଧାୟକକାଳ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା କେନ୍ଦୁଝର ଭାରତୀୟ ଜନତା ପାର୍ଟି
୨୦୦୪ ୨୦୦୯ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା
୨୦୧୯ ୨୦୨୪ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା
୨୦୨୪ ଏବେଯାଏଁ ସଭ୍ୟ, ୧୭ଶ ଓଡ଼ିଶା ବିଧାନ ସଭା

ଆଧାର[ସମ୍ପାଦନା]

  1. "Shri Mohan Charan Majhi". odishaassembly.nic.in. Odisha Assembly. Retrieved 19 July 2019.
  2. ୨.୦ ୨.୧ "Orissa 2000". Election Commission of India (in Indian English). Retrieved 2019-06-27.
  3. ୩.୦ ୩.୧ "Orissa 2004". Election Commission of India (in Indian English). Retrieved 2019-06-27.
  4. ୪.୦ ୪.୧ "Orissa 2009". Election Commission of India (in Indian English). Retrieved 2019-06-27.
  5. ୫.୦ ୫.୧ "Orissa 2014". Election Commission of India (in Indian English). Retrieved 2019-06-27.
  6. "General Election to Assembly Constituencies 2024: Keonjhar (Odisha)". Election Commission of India. Retrieved 10 June 2024.

ବାହାର ଆଧାର[ସମ୍ପାଦନା]