Jump to content

ଲତିକା ପ୍ରଧାନ

ଉଇକିପିଡ଼ିଆ‌ରୁ
ଲତିକା ପ୍ରଧାନ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ୨୦୨୪
ପୂର୍ବ ଅଧିକାରୀଭି. ସୁଜ୍ଞାନ କୁମାରୀ ଦେଓ
ପର ଅଧିକାରୀପ୍ରତାପ ଚନ୍ଦ୍ର ନାୟକ
ନିର୍ବାଚନ ମଣ୍ଡଳୀକବିସୂର୍ଯ୍ୟ ନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-04-25) ୨୫ ଅପ୍ରେଲ ୧୯୭୫ (ବୟସ ୪୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଶକ୍ତିପ୍ରସାଦ ପ୍ରଧାନ
ବାପା/ବୋଉନିତ୍ୟାନନ୍ଦ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଲତିକା ପ୍ରଧାନ (ଜନ୍ମ: ୨୫ ଅପ୍ରେଲ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞା । ଲତିକା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଲତିକା ପ୍ରଧାନ ୧୯୭୫ ମସିହାର ଅପ୍ରେଲ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନିତ୍ୟାନନ୍ଦ ପ୍ରଧାନ ଏବଂ ପତିଙ୍କ ନାମ ଶକ୍ତିପ୍ରସାଦ ପ୍ରଧାନ ।[୧] ଲତିକାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଲତିକା ପ୍ରଧାନ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]

୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ଲତିକା ପ୍ରଧାନ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ବିଜୟୀ ହୋଇ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ୨୦୨୪ ଯାଏଁ କାର୍ଯ୍ୟ କରିଛନ୍ତି ।

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ କବିସୂର୍ଯ୍ୟ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୦,୮୨୨ ଖଣ୍ଡ ଭୋଟ୍ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ପ୍ରତାପ ଚନ୍ଦ୍ର ନାୟକଙ୍କ ଠାରୁ ୩୦,୧୭୩ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Smt. Latika Pradhan". odishaassembly.nic.in. Odisha Assembly. Retrieved 3 February 2020.
  2. "General Election to Assembly Constituencies 2024: Kabisuryanagar (Odisha)". Election Commission of India. Retrieved 27 June 2024.